ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ରହିଛି ପେଟ୍ରୋଲ ଓ ଡିଜେଲ ମୂଲ୍ୟ

ଗତ 24 ଘଣ୍ଟା ଭିତରେ ଦେଶର ବିଭିନ୍ନ ସ୍ଥାନରେ ପେଟ୍ରୋଲ ଦରରେ ଅତି ସାମାନ୍ୟ ଧରଣର ହ୍ରାସ ଘଟିଥିବା ଲକ୍ଷ କରାଯାଇଛି । ସେହିପରି ଓଡିଶା ରାଜଧାନୀ ଭୁବନେଶ୍ୱରରେ ବି ଆଜି ସାମାନ୍ୟ କମିଛି ପେଟ୍ରୋଲ ଦର । ଯାହାଫଳରେ ଲିଟର ପିଛା ୮୧ ଟଙ୍କା ୪୪ ପଇସାରେ ପହଂଚିଛି ପେଟ୍ରୋଲ। ସେହିପରି ଡିଜେଲ ମୂଲ୍ୟ ବି ସାମାନ୍ୟ ବୃଦ୍ଧି ପାଇ ପ୍ରତି ଲିଟର ପିଛା ୭୭ ଟଙ୍କା ୦୧  ପଇସାରେ ପହଁଚିଥିବା ନେଇ ରେକର୍ଡ ହୋଇଛି । ସୂଚନା ଅନୁଯାୟୀ ଗତ କିଛି ଦିନ ହେବ ଉଭୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ସେପରି କୌଣସି ବଡ଼ ଧରଣର ପରିବର୍ତ୍ତନ ଆସିନାହିଁ ।

ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ | ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.