ପେଟ୍ରୋଲ ଓ ଡିଜେଲ ଦର, ଜାଣନ୍ତୁ ଭୁବନେଶ୍ୱର ସମେତ ବିଭିନ୍ନ ସହରରେ କେତେ ରହିଛି ଦାମ୍‌

ଆଜି ସ୍ଥିର ରହିଛି ପେଟ୍ରୋଲ-ଡିଜେଲ ଦର। । ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୧୨ ଟଙ୍କା ୫୦ ପଇସା ରହିଥିବା ବେଳେ ଡିଜେଲ ଦାମ୍ ୧୦୨ ଟଙ୍କା ୨୪ ପଇସା ଅଛି। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୫ ଟଙ୍କା ୪୧ ପଇସା ଓ ଡିଜେଲ ଦର ୯୬ ଟଙ୍କା ୬୭ ପଇସା ଅଛି।

ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୨୦ ଟଙ୍କା ୫୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୧୦୪ ଟଙ୍କା ୭୭ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୧୫ ଟଙ୍କା ୧୨ ପଇସା ଥିବାବେଳେ ଡିଜେଲ ଦର ୯୯ ଟଙ୍କା ୮୩ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୧୦ ଟଙ୍କା ୮୫ ପଇସା ଥିବା ବେଳେ ଡିଜେଲ ଦାମ ୧୦୦ ଟଙ୍କା ୯୪ ପଇସା ରହିଛି।

petrol
photo: abplive

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

petrol

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.