ମହାମାରୀରେ ଭାରି ପଡୁଛି ତୈଳଦର: ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୧୦୦ ଟପିଲା

ଭୁବନେଶ୍ବର(କେନ୍ଯୁଜ୍): ମହାମାରୀରେ ଭାରି ପଡୁଛି ତୈଳଦର । ରାଜ୍ୟର ବିଭିନ୍ନ ଜିଲ୍ଲାରେ ୧୦୦ ଟଙ୍କା ଟପି ସାରିଥିବାବେଳେ ଆଜି ଭୁବନେଶ୍ୱରରେ ସେଞ୍ଚୁରୀ ମାରିଛି ପେଟ୍ରୋଲ। ପେଟ୍ରୋଲ ଲିଟର ପ୍ରତି ୧୦୦ ଟଙ୍କା ୦୧ ପଇସା ଓ ସ୍ପିଡ୍‌ ପେଟ୍ରୋଲ ୧୦୩ ଟଙ୍କା ୦୧ ପଇସା ରହିଛି।

ସେହିପରି ଡିଜେଲ ଦର ବି ୧୦୦ ଆଡକୁ ମୁହାଁଉଛି। ଦର ରହିଛି ୯୭ ଟଙ୍କା ୨୫ପଇସା। କଟକରେ ପେଟ୍ରୋଲ ଲିଟର ୧୦୦ଟଙ୍କା ୨୭ପଇସା ରହିଛି। ଯାହାକୁ ନେଇ ଚିନ୍ତାରେ ଗ୍ରାହକ । ଦର ବୃଦ୍ଧିକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି ।

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ। ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.