ବ୍ୟବସାୟ ଓ ଅର୍ଥନୀତି

ସ୍ଥିର ରହିଛି ପେଟ୍ରୋଲ-ଡିଜେଲ୍‌ ଦର, ଜାଣନ୍ତୁ କେତେ ରହିଛି ଆପଣଙ୍କ ସହରରେ ଦାମ୍‌

ରାଜ୍ୟ ତୈଳ କମ୍ପାନୀ ପକ୍ଷରୁ ଆଜି ପେଟ୍ରୋଲ ଏବଂ ଡିଜେଲ୍ ଦରରେ କୌଣସି ପରିବର୍ତ୍ତନ ହୋଇନାହିଁ। ଏଥିସହ ଗତ ମଙ୍ଗଳବାର ଦିନ ଡିଜେଲ ଦାମରେ ୧୩ ରୁ ୧୫ ପଇସା କମ କରାଯାଇଥିବା ବେଳେ ପେଟ୍ରୋଲ ଦାମରେ ୭ ରୁ ୮ ପଇସା କମ କରାଯାଇଥିଲା।

ଜାଣନ୍ତୁ ପ୍ରମୁଖ ସହରମାନଙ୍କରେ କେତେ ରହିଛି ମୂଲ୍ୟ

ରାଜଧାନୀ ଦିଲ୍ଲୀରେ ଡିଜେଲ ଦର ପ୍ରତି ଲିଟର ପିଛା ୭୧.୨୮ ଟଙ୍କା ଥିବା ବେଳେ ପେଟ୍ରୋଲ ଦର ୮୧.୦୬ ଟଙ୍କା ରହିଛି। ସେହିଭଳି କୋଲକାତାରେ ଡିଜେଲ ଦର ୭୪.୮୦ ଟଙ୍କା ଥିବା ବେଳେ ପେଟ୍ରୋଲ ଦର ୮୨.୫୯, ମୁମ୍ବାଇରେ ଡିଜେଲ୍ ଦର ୭୭.୭୩ ଟଙ୍କା ଏବଂ ପେଟ୍ରୋଲ ଦର ୮୭.୭୪ ଟଙ୍କା ଏବଂ ଚେନ୍ନାଇରେ ଡିଜେଲ ଦର ଲିଟର ପିଛା ୭୬.୭୨ ଏବଂ ପେଟ୍ରୋଲ ଦର ୮୪.୧୪ ଟଙ୍କା ରହିଛି। ସେହିଭଳି ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ଲିଟର ପିଛା ୮୨ଟଙ୍କା ୦୬ ପଇସା ଥିବା ବେଳେ ଡିଜେଲ୍ ଦର ଲିଟର ପିଛା ୭୭ଟଙ୍କା ୮୨ପଇସା ଥିବା ରେକର୍ଡ ହୋଇଛି।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ

ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ | ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ କ’ଣ ତାହା ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

KNews Bureau

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଲୋକଙ୍କ ପାଇଁ କିପରି କଟିବ ଦିନ

ମେଷ: ପାରିବାରିକ ପ୍ରତିଷ୍ଠା ବଢ଼ିବ । ବ୍ୟବସାୟିକ ଯୋଜନା ଫଳପ୍ରଦ ହେବ। ସାମାଜିକ ପ୍ରତିଷ୍ଠା ବଢ଼ିବ । ଜୀବନରେ କିଛି…

6 hours ago

ହିଟ୍ ୱେଭ ଆକ୍ସନ ପ୍ଲାନ, ମେଡିକାଲ ପ୍ରସ୍ତୁତି ନେଇ ସ୍ବାସ୍ଥ୍ୟ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ବର(କେନ୍ୟୁଜ୍‌): ସାରା ରାଜ୍ୟରେ ହିଟ୍ ୱେଭ ଜାରି ରହିଛି। ଅନେକ ସ୍ଥାନରେ ଅଂଶୁଘାତଜନିତ ମୃତ୍ୟୁ ଅଭିଯୋଗ ଆସୁଛି। ଏହାକୁ ଦୃଷ୍ଟିରେ…

8 hours ago

ମାଷ୍ଟରକ୍ୟାଣ୍ଟିନ ଯାଇ ବହି କିଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର(କେନ୍ୟୁଜ୍‌): ବହି କିଣିଲେ ମୁଖ୍ୟମନ୍ତ୍ରୀ । ଭୁବନେଶ୍ବର ମାଷ୍ଟରକ୍ୟାଣ୍ଟିନ ଯାଇ ବହି କିଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମଡର୍ଣ୍ଣ…

9 hours ago

ପୋଲିସ ଉପରେ ଆକ୍ରମଣ ; ୩୮ ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ମୟୂରଭଞ୍ଜ (କେନ୍ୟୁଜ୍‌): ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ଥାନା ବେଲପାଳ ଗାଁରେ ପୋଲିସ ଉପରେ ଆକ୍ରମଣ ଘଟଣାରେ ୩୮ ଜଣ ଗିରଫ…

9 hours ago

ବିସ୍ଫୋରଣ ଦେଇଗଲା ଦୁଃଖ, ପରିବାର ଚଳିବ କେମିତି ?

ଭାବ ଭକ୍ତିରେ ବନ୍ଧା ହେ ମହାବାହୁ …ତୁମ ଚନ୍ଦନ ଯାତ୍ରାରେ ଏଭଳି ଅଘଟଣ ଘଟିବ …ସେ ପୁଣି ତୁମେ ପ୍ରଭୁ…

9 hours ago

ଲୁହା ପାଇପ ଚୋରା ଚାଲାଣ ମାମଲାରେ ଟୁଙ୍ଗୁରୁ ଭୋଳ ସମେତ ୧୧ ଗିରଫ

ଭୁବନେଶ୍ୱର(କେନ୍ୟୁଜ୍‌): ପୁଣି ଚର୍ଚ୍ଚାକୁ ଆସିଲେ ଅଟୋ ଚାଳକ ଟୁଙ୍ଗୁରୁ ଭୋଳ । ପୂର୍ବରୁ ପରକୀୟା ପ୍ରୀତି ଅଭିଯୋଗରେ ଚର୍ଚ୍ଚାରେ ରହିଥିବା…

11 hours ago