ଜାଣି ରଖନ୍ତୁ ଆଜି ଆପଣଙ୍କ ସହରରେ ଲିଟର ପିଛା କେତେ କମିଛି ପେଟ୍ରୋଲ–ଡିଜେଲ ଦାମ୍‌

ଓଡିଶା ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦାମ୍ ଲିଟର ପିଛା ଅତି ସାମାନ୍ୟ ହ୍ରାସ ହୋଇଥିବାରଲକ୍ଷ କରାଯାଇଛି । ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଲିଟର ପିଛା ୧୦୩ ଟଙ୍କା ୧୧ ପଇସା ଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୬୮ ପଇସାରେ ପହଞ୍ଚିଥିବା ଲକ୍ଷ କରାଯାଇଛି । ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି। କିନ୍ତୁ ଦେଶର ଅନ୍ୟାନ ସହର ମାନଙ୍କରେ ଉଭୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ସମାନ ରହିଛି। ସେପରି କୌଣସି ପରିବର୍ତ୍ତନ ଲକ୍ଷ କରାଯାଇ ନାହିଁ।

ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୧୧ ଟଙ୍କା ୩୫ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୭ ଟଙ୍କା ୨୮ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବା ବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୬୫ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୩୩ ପଇସା ରହିଛି।

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

Leave A Reply

Your email address will not be published.