ବ୍ୟବସାୟ ଓ ଅର୍ଥନୀତି

କମିଲା ପେଟ୍ରୋଲ ଦର! ଜାଣନ୍ତୁ କେଉଁଠି କେତେ ରହିଛି ମୂଲ୍ୟ

ଆଜି ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପ୍ରକାଶ ପାଇଛି। ଜାତୀୟ ସ୍ତରରେ ଇନ୍ଧନ ମୂଲ୍ୟରେ କୌଣସି ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ଅଶୋଧିତ ତୈଳର ଆନ୍ତର୍ଜାତୀୟ ମୂଲ୍ୟ ଅନୁଯାୟୀ ଭାରତରେ ଇନ୍ଧନର ମୂଲ୍ୟ ସ୍ଥିର ହୋଇଛି । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୧୧ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୬୮ ପଇସା ରହିଛି । ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦର ଅପରିବର୍ତ୍ତିତ ରହିଛି।

ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୮୬ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୪୬ ପଇସା ରହିଛି ।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

Barsha

Recent Posts

ବଢ଼ିପାରେ ସ୍କୁଲ ଛୁଟି ଅବଧି, ଗଣଶିକ୍ଷା ବିଭାଗ ବୈଠକରେ ଚାଲିଛି ବିଚାର ବିମର୍ଷ

ଭୁବନେଶ୍ୱର : ବଢ଼ିପାରେ ସ୍କୁଲ ଛୁଟି ଅବଧି। ଖରାର ପ୍ରକୋପକୁ ଦେଖି ସରକାର ଏହି ନିଷ୍ପତ୍ତି ନେଇପାରନ୍ତି । ପୂର୍ବର…

1 min ago

ଖରାଦିନେ ପ୍ରତିଦିନ କୋଲ୍ଡ ଡ୍ରିଙ୍କସ୍ ପିଉଛନ୍ତି କି? ହୋଇପାରନ୍ତି ଏହି ସବୁ ରୋଗର ଶିକାର

ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ଅନୁଯାୟୀ, କୋଲ୍ଡ ଡ୍ରିଙ୍କସ୍ ଯୋଗୁଁ ଆପଣଙ୍କ ସ୍ୱାସ୍ଥ୍ୟ ଖରାପ ହୋଇପାରେ । ଯଦି ଆପଣ ମଧ୍ୟ ନିୟମିତ…

2 mins ago

ଷ୍ଟୋରୀଟେଲିଙ୍ଗ ଦୁନିଆରେ ପାଦ ଦେଲେ ଆଲିଆ ଭଟ୍ଟ, ଲଞ୍ଚ ହେଲା ପ୍ରଥମ ବହି

ଫିଲ୍ମ ଇଣ୍ଡଷ୍ଟ୍ରୀର ପ୍ରମୁଖ ଅଭିନେତ୍ରୀମାନଙ୍କ ମଧ୍ୟରୁ ଆଲିଆ ଭଟ୍ଟ ଅନ୍ୟତମ। ଫିଲ୍ମରେ ତାଙ୍କର ଉତ୍କୃଷ୍ଟ ଅଭିନୟ ସହିତ ଆଲିଆ ଲୋକଙ୍କ…

9 mins ago

ବିଧାସଭାରେ ନୂଆ ବିଧାୟକଙ୍କ ଶପଥ ଗ୍ରହଣ ସମାରୋହ, ସୁରକ୍ଷା କାର୍ଯ୍ୟରେ ୮ ପ୍ଲାଟୁନ ପୋଲିସ

ଭୁବନେଶ୍ୱର : ନୂଆ ବିଧାୟକଙ୍କ ଶପଥ ପାଠ ପାଇଁ ବିଧାସଭା ପ୍ରସ୍ତୁତ। ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି ପୋଲିସ ଡିଜି…

17 mins ago

ବିହାର: ଇଞ୍ଜିନିୟରିଂ କଲେଜ କ୍ୟାଣ୍ଟିନ୍‌ ଖାଦ୍ୟରୁ ବାହାରିଲା ମଲା ସାପ ! ଅନେକ ଛାତ୍ରଛାତ୍ରୀ ଅସୁସ୍ଥ

ଖାଦ୍ୟରୁ ବାହାରିଲା ମଲା ସାପ । ଏମିତି ଅଭିଯୋଗ ଆଣିଛନ୍ତି ବିହାରର ଏକ ଇଞ୍ଜିନିୟରିଂ କଲେଜର ଛାତ୍ରଛାତ୍ରୀ । ବିହାରର…

50 mins ago

ଏହି ସବୁ ପ୍ରମାଣ ପତ୍ର ଥିଲେ ମିଳିବ ସୁଭଦ୍ରା ଯୋଜନାରେ ୫୦ ହଜାର ଟଙ୍କା

ରାଜ୍ୟର ପ୍ରତି ମହିଳାଙ୍କୁ ମିଳିବ ୫୦ହଜାର ଟଙ୍କା । ମଧ୍ୟପ୍ରଦେଶ ଓ ଛତିଶଗଡରେ ସଫଳ ହୋଇଥିବା ଯୋଜନା ଏବେ ଓଡିଶାରେ…

52 mins ago