ସ୍ଥିର ଅଛି ପେଟ୍ରୋଲ ଓ ଡିଜେଲ ମୂଲ୍ୟ, ଜାଣନ୍ତୁ କେଉଁଠି କେତେ ରହିଛି ଦର

ଭୁବନେଶ୍ବରରେ ପେଟ୍ରୋଲ ଦର ୧୦୧ ଟଙ୍କା ୦୬ ପଇସା ହୋଇଛି । ଡିଜେଲ ଦର ୯୨ ଟଙ୍କା ୪୬ ପଇସାକୁ ହ୍ରାସ ପାଇଛି ।

ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ପ୍ରମୁଖ ସହର ଗୁଡିକରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ପରିବର୍ତ୍ତନ ହୋଇଛି । କିଛି ସହରରେ ଦାମ ଅପରିବର୍ତ୍ତିତ ରହିଛି । ଭୁବନେଶ୍ବରରେ ପେଟ୍ରୋଲ ଦର ୧୦୧ ଟଙ୍କା ୦୬ ପଇସା ହୋଇଛି । ଡିଜେଲ ଦର ୯୨ ଟଙ୍କା ୪୬ ପଇସାକୁ ହ୍ରାସ ପାଇଛି ।

ଦିଲ୍ଲୀରେ ପେଟ୍ରୋଲ ଦର ୯୪ ଟଙ୍କା ୭୨ ପଇସାକୁ ହ୍ରାସ ପାଇଥିବା ବେଳେ ଡିଜେଲ ଦର ୮୭ ଟଙ୍କା ୬୨ ପଇସାକୁ ହ୍ରାସ ପାଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୪ଟଙ୍କା ୨୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୨ ଟଙ୍କା ୧୫ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୩ ଟଙ୍କା ୯୪ ପଇସା ଥିବାବେଳେ ଡିଜେଲ ଦର ୯୦ ଟଙ୍କା ୭୬ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୭୫ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୩୪ ପଇସା ରହିଛି ।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.