ବ୍ୟବସାୟ ଓ ଅର୍ଥନୀତି

ଗାଡ଼ିରେ ତେଲ ପକାଇବା ପୂର୍ବରୁ ଜାଣି ନିଅନ୍ତୁ ଆଜି କେତେ ପେଟ୍ରୋଲ ଓ ଡିଜେଲ ମୂଲ୍ୟ

ଗାଡ଼ିରେ ତେଲ ପକାଇବା ପୂର୍ବରୁ ଜାଣିନିଅନ୍ତୁ ଆଜି କେତେ ରହିଛି ତେଲ ଦର । ତୈଳ କମ୍ପାନୀଗୁଡିକ ଗତକାଲି ସକାଳେ ଜାରି କରିଥିବା ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ଏକ ବଡ ପରିବର୍ତ୍ତନ ଦେଖିବାକୁ ମିଳିଥିଲା । ଯାହା ଆଜି ଅପରିବର୍ତ୍ତିତ ରହିଛି । ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧ ଟଙ୍କା ୦୬ ପଇସା ରହିଛି । ଡିଜେଲ ଦର ୯୨ ଟଙ୍କା ୬୪ ପଇସା ରହିଛି ।

ଦିଲ୍ଲୀରେ ପେଟ୍ରୋଲ ଦର ୯୪ ଟଙ୍କା ୭୨ ପଇସାକୁ ହ୍ରାସ ପାଇଥିବା ବେଳେ ଡିଜେଲ ଦର ୮୭ ଟଙ୍କା ୬୨ ପଇସାକୁ ହ୍ରାସ ପାଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୪ଟଙ୍କା ୨୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୨ ଟଙ୍କା ୧୫ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୩ ଟଙ୍କା ୯୪ ପଇସା ଥିବାବେଳେ ଡିଜେଲ ଦର ୯୦ ଟଙ୍କା ୭୬ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୭୫ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୩୪ ପଇସା ରହିଛି ।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

Barsha

Recent Posts

ଭୁବନେଶ୍ୱରରେ କମିଲା ପେଟ୍ରୋଲ ଦାମ, ଚେକ୍ କରନ୍ତୁ ଆଜିର ଦର

ଭୁବନେଶ୍ୱରରେ କମିଲା ପେଟ୍ରୋଲ ଦାମ ।  ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୦ ଟଙ୍କା ୯୨ ପଇସା ରହିଛି ।…

15 mins ago

ବାଇକ୍‌ ନେଇ ଫେରାର ମାରୁଥିଲା ଚୋର, ନିର୍ଦ୍ଧୁମ ଛେଚିଲେ ସ୍ଥାନୀୟ ଲୋକେ

ଜଳେଶ୍ୱର(କେନ୍ୟୁଜ): ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଟୁଲଗେଟ ବଜାରରେ ଘଟିଛି ଏମିତି ଘଟଣା । ଗତ କାଲି ଅପରାହ୍ନ…

19 mins ago

କମିଛି ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ଆଜିର ଦାମ

ଆଜି ସୁନା ଦର ଟିକେ ହ୍ରାସ ପାଇଛି । ସୁନା କିଣିବାକୁ ଚାହୁଁଥିଲେ ପ୍ରଥମେ ଜାଣନ୍ତୁ ଦାମ । ଆଜି ଭାରତୀୟ…

44 mins ago

ଫ୍ଲାଏଓଭର ଉପରୁ ଖସିଲା ତୀର୍ଥ ଯାତ୍ରୀ ବୋଲେରୋ, ୨ ମୃତ

ସମ୍ବଲପୁର : ମର୍ମନ୍ତୁଦ ଦୁର୍ଘଟଣା, ୨ ମୃତ। ନିର୍ମାଣାଧୀନ ଫ୍ଲାଏଓଭର ଉପରୁ ଖସିଲା ତୀର୍ଥଯାତ୍ରୀ ଗାଡ଼ି । ଘଟଣାସ୍ଥଳରେ ୨…

1 hour ago

ରାତିରେ ଟୁଇନ ସିଟିରେ ଢାଳିଲା ବର୍ଷା, ତାଣ୍ଡବ କଲା କାଳବୈଶାଖୀ

ଭୁବନେଶ୍ୱର  : ଦିନରେ ଅଗ୍ନି ବର୍ଷା, ରାତିରେ ଜଳ ବର୍ଷା। ରାତିରେ ଟୁଇନ ସିଟିରେ ଢାଳିଲା ବର୍ଷା। ତାଣ୍ଡବ କଲା…

1 hour ago

ଦାରିଙ୍ଗବାଡ଼ି: ବଜ୍ରାଘାତରେ ୪ ଗୋରୁ ମୃତ

ଦାରିଙ୍ଗବାଡ଼ି : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଳକ ଅନ୍ତର୍ଗତ କିଲାବାଡ଼ି ଗ୍ରାମରେ  ଆଜି ଅପରାହ୍ନରେ କାଳ ବୈଶାଖୀ ବର୍ଷା ଜନିତ…

11 hours ago