ପାର୍ବଣରେ ସୁନା ମହଙ୍ଗା : ୧୦ ଗ୍ରାମକୁ ଟପିଲାଣି ୭୭ ହଜାର ଟଙ୍କା

ପାର୍ବଣରେ ବଢ଼ିଲା ସୁନା ଦର । ଦେଶରେ ଦ୍ରୁତ ବେଗରେ ବଢିଚାଲିଥିବା ସୁନା ଦରରେ ଗତ କିଛି ମାସ ହେବ ବ୍ରେକ୍‌ ଲାଗିଥିବା ବେଳେ ଗତ କିଛି ଦିନ ହେବ ପୁଣିଥରେ ବୃଦ୍ଧି ଘଟିବାରେ ଲାଗିଛି । ତେବେ ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର ।

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୦, ହଜାର ୮୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୭୭ ହଜାର ୨୪୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୭୦, ୮୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୭,୨୪୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୭୦, ୮୦୦ ଟଙ୍କା ଓ ୭୭,୨୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୭୦,୫୯୦ ଟଙ୍କା ଓ ୭୭, ୩୯୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୭୦, ୮୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୭,୨୪୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୭୦, ୮୦୦ ଟଙ୍କା ଓ ୭୭,୨୪୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୯୫ ହଜାର ୦୦୦ ଟଙ୍କା ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
You might also like