Below header

ଏବେ ଆରମ୍ଭ ହେଇଗଲା ବାହାଘର ସିଜିନ୍: ସୁନା ଦୋକନକୁ ଯାଉଥିଲେ ଏଠାରେ ଟିକେ ନଜର ପକାଇ ଦିଅନ୍ତୁ

ଏବେ ଆରମ୍ଭ ହେଇଗଲା ବାହାଘର ସିଜିନ୍। ତେଣୁ ସୁନା ଦୋକାନରେ ଜମିଲାଣି ଭିଡ। ତେଣୁ ଅଳ୍ପେ ବହୁତ ହେଉ କମ୍‌ ଗ୍ରାମରେ ସୁନା କିଣି ଉପହାର ଦେବାକୁ ସମସ୍ତେ ଇଚ୍ଛା । ତେବେ ଯଦି ଆପଣ ସୁନା କିଣିବାକୁ ଚାହୁଁଛନ୍ତି ତେବେ ଏଠାରେ ପଢି ଜାଣନ୍ତୁ ଆଜି କେତେ ରହିଛି ଦର। ତେବେ ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୁପା ଦାମ୍ ମହଙ୍ଗା ହୋଇଥିବାରୁ ଏହାର ପ୍ରଭାବ ସୁନା ବଜାର ଉପରେ ପଡ଼ିଛି।

ଯଦି ଆପଣ ଘରେ ବସି ସୁନା ଦର ଜାଣିବା ପାଇଁ ଚାହୁଁଛନ୍ତି ତେବେ ଆପଣଙ୍କ ପାଇଁ ଏକ ସହଜ ଉପାୟ ରହିଛି। ଏହି ଉପାୟ ଟି ହେଉଛି, ଘରେ ବସି ଆପଣଙ୍କୁ କେବଳ ଏହି ନମ୍ବର ୮୯୫୫୬୬୪୪୩୩ ରେ ଏକ ମିସ୍ କଲ୍ ଦେବାକୁ ପଡିବ। ଏହାପରେ ଆପଣଙ୍କ ଫୋନରେ ଏକ ମେସେଜ୍ ଆସିଯିବ, ଯେଉଁଥିରେ ଆପଣ ଲେଟେଷ୍ଟ ଦର ବିଷୟରେ ଜାଣି ପାରିବେ।

ଜାଣନ୍ତୁ ଆଜିର ଦର:

ତେବେ ଭାରତରେ ଆଜି ୨୪ କ୍ୟାରେଟ୍ ସୁନା ମୂଲ୍ୟ ୫୨,୨୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୮୯୦ ଟଙ୍କା ରହିଛି। ପୂର୍ବ ଦିନର ମୂଲ୍ୟ ତୁଳନାରେ ଆଜିର ମୂଲ୍ୟରେ ଏକ ପରିବର୍ତ୍ତନ ଦେଖିବାକୁ ମିଳିଛି। ସେହିପରି କିଲୋଗ୍ରାମ ପିଛା ରୁପା ଦରରେ ମଧ୍ୟ କିଛି ପରିବର୍ତ୍ତନ ହୋଇଛି। ଆଜି ୧ କେଜି ରୁପାର ମୂଲ୍ୟ ୬୦,୮୫୦ ଟଙ୍କା ରହିଥିବା ନେଇ ଚର୍ଚ୍ଚା ହେଉଛି।

ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ମୂଲ୍ୟ ୫୨,୬୪୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୨୬୦ ଟଙ୍କା ରହିଛି। ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଚେନ୍ନାଇରେ ଆଜି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୨୮୫ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୯୨୭ ଟଙ୍କା ଅଛି। ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୩୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୦୦୦ ଟଙ୍କା ରହିଛି।

କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୧୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୮୦୦ ଟଙ୍କା ରହିଛି। ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୧୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୮୦୦ ଟଙ୍କା ଅଛି।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.