ଜାଣନ୍ତୁ ଆଜି କେତେ ରହିଛି ୧୦ ଗ୍ରାମ୍ ପ୍ରତି ସୁନା ମୂଲ୍ଯ
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୪,୫୨୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୬୧୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫,୬୬୦ ଟଙ୍କା ଓ ୫୦,୦୦୦ ଟଙ୍କା ହୋଇଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭,୬୪୦ ଟଙ୍କା ଓ ୪୯,୬୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୮୦୦ ଟଙ୍କା ଓ ୫୨,୧୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୬,୦୧୨ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୦,୧୯୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୮୦୦ ଟଙ୍କା ଓ ୫୦,୫୦୦ ଟଙ୍କା ରହିଛି ।
ଅନ୍ୟପଟେ ଆଜି ରୁପା ମୂଲ୍ୟ କମିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୩୦୦ ଟଙ୍କା କମି ୬୪,୬୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।