ଆଜି କିଣିବାର ଅଛିକି ସୁନା? ଜାଣନ୍ତୁ କେତେ ରହିଛି ଆପଣଙ୍କ ସହରରେ ଦାମ୍

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୭,୩୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୧,୬୪୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୮,୧୦୦ ଟଙ୍କା ଓ ୫୨,୪୭୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୮,୧୦୦ ଟଙ୍କା ଓ ୫୨,୪୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୧୦୦ ଟଙ୍କା ଓ ୫୨,୪୭୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୮,୯୮୬ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨, ୪୪୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୧୦୦ ଟଙ୍କା ଓ ୫୨,୪୭୦ ଟଙ୍କା ରହିଛି ।

ଆଜି ରୁପା ମୂଲ୍ୟ ବି କମିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୬, ୮୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Leave A Reply

Your email address will not be published.