କାଲି ସୁନା ଓ ରୁପା ଦର ବଢିଥିଲାବେଳେ ଆଜି ପୁଣି ଖସିଲା ଦାମ୍, ଶୀଘ୍ର କିଣି ନିଅନ୍ତୁ ଅଳଙ୍କାର

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର ।

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୪,୪୨୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୧,୫୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୪,୪୨୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୪୧,୫୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୫୪,୪୨୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୪୧,୫୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୫୪,୫୭୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୪୧,୭୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୫୬,୨୨୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୪୩,୨୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୫୪,୪୨୦ ଓ ୧,୪୧,୫୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୩,୦୦,୦୦୦ ଟଙ୍କା ହୋଇଛି ।

କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ –

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

Also Read : ସୁନାପ୍ରେମୀଙ୍କୁ ଲାଗିଲା ଝଟକା, ଦୁଇ ଦିନ ଧରି ସୁନା ଓ ରୁପା ଦର କମିଲାବେଳେ ଆଜି ପୁଣି ହେଲା ବୃଦ୍ଧି