କମିଲା ସୁନା ଦର, ଦେଖନ୍ତୁ କେତେ ଅଛି ୧୦ ଗ୍ରାମ୍ ପ୍ରତି ମୂଲ୍ୟ

ଆଜି ଭାରତୀୟ ବଜାରରେ ହ୍ରାସ ପାଇଛି ସୁନା ଦାମ୍‌। ଗ୍ରାମ୍‌ ପ୍ରତି ଦାମ୍‌ ୨୫୦ ଟଙ୍କା ପର୍ଯ୍ୟନ୍ତ ହ୍ରାସ ପାଇଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୩ ,୫୯୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୫୮୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୪, ୯୪୦ ଟଙ୍କା ଓ ୪୮, ୩୦୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୬,୫୧୦ ଟଙ୍କା ଓ ୪୮,୫୧୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬, ୭୫୦ ଟଙ୍କା ଓ ୫୧, ୦୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୪, ୯୧୬ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୪୯, ୦୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬, ୭୫୦ ଟଙ୍କା ଓ ୪୯, ୪୫୦ ଟଙ୍କା ରହିଛି ।

ଅନ୍ୟପଟେ ଆଜି ରୁପା ମୂଲ୍ୟ ବଢ଼ିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୦,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି ।