ଆଜିର ସୁନା ଦାମ୍‌, ୨୪ କ୍ୟାରେଟ୍‌ ସୁନା ଦାମ୍‌ରେ ସାମାନ୍ୟ ପରିବର୍ତ୍ତନ

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୭,୪୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୧ ହଜାର ୭୯୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮ ହଜାର ୦୦୦ ଥିବା ବେଳେ ୨୪ କ୍ୟାରେଟ୍ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୫୨ ହଜାର ୩୭୦ ଟଙ୍କା ରହିଛି ରହିଛି। ଦେଶର ପ୍ରମୁଖ ସହରମାନଙ୍କରେ ସୁନା ଦରରେ ଏତେଟା ପରିବର୍ତ୍ତନ ହୋଇନାହିଁ ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୮,୦୦୦ଟଙ୍କା ଓ ୫୨,୩୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୦୦୦ ଟଙ୍କା ଓ ୫୨,୩୭୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୮,୯୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୩ ହଜାର ୪୦୦ ଟଙ୍କା ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୦୦୦ ଟଙ୍କା ଓ ୫୨,୩୭୦ ଟଙ୍କା ରହିଛି ।

ଆଜି ରୁପା କିଲୋଗ୍ରାମ ପ୍ରତି ୭୧,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.