ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପାଇଁ ବଢ଼ିଲା ସୁନା-ରୁପା ଦର, ଆକାଶ ଛୁଆଁ ହେଲା ମୂଲ୍ୟ

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର ।

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୭୦,୦୨୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୫୫,୮୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୭୦,୦୨୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୫୫,୮୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୭୦,୦୨୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ଦର ୧,୫୫,୮୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୭୦,୧୭୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୫୬,୦୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୭୦,୭୩୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୫୬,୫୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୭୦,୦୨୦ ଓ ୧,୫୫,୮୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୯୫,୦୦୦ ଟଙ୍କା ହୋଇଛି ।

କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ –
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

 

ଆହୁରି ପଢ଼ନ୍ତୁ : ସେୟାର ବଜାରରେ ପ୍ରଳୟ : ୨,୭୦୦ ପଏଣ୍ଟ ଖସିଲା ସେନସେକ୍ସ, ବୁଡିଲା ନିବେଶକଙ୍କ ୮ ଲକ୍ଷ କୋଟି