ପ୍ରତ୍ୟେକ ଦିନ ସୁନା ଦାମ୍ର ତାଜା ଅପଡେଟ୍ ଏଠାରେ ମିଳିବ। ଏଠାରେ ଆପଣ ଓଡିଶା ସମେତ ଦେଶର ପ୍ରମୁଖ ସହରର ସୁନା ଦାମ୍ ପ୍ରଥମେ ଜାଣିପାରିବେ। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ସୁନା ଦାମ୍ ଗ୍ରାମ୍ ପ୍ରତି ୧୪୦ ଟଙ୍କା କମି ୨୨ କ୍ୟାରେଟ୍ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ରହିଛି ୪୫, ୭୭୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୯,୯୭୦ ଟଙ୍କା ରହିଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୦୦ ଟଙ୍କା କମି ୪୫,୮୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୩୦ ଟଙ୍କା କମି ୪୯,୯୭୦ ଟଙ୍କା ରହିଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୫,୮୦୦ ଟଙ୍କା ଓ ୪୯,୯୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୫,୮୦୦ ଟଙ୍କା ଓ ୪୯,୯୭୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭,୧୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୧,୩୮୦ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୫,୮୦୦ ଟଙ୍କା ଓ ୪୯,୯୭୦ ଟଙ୍କା ରହିଛି।
ଅନ୍ୟପଟେ ଆଜି ରୁପା ଦର କିନ୍ତୁ ବୃଦ୍ଧି ପାଇଛି। ରୁପା କିଲୋଗ୍ରାମ ପ୍ରତି ୪୦୦ ଟଙ୍କା ବଢ଼ି ୬୩,୪୦୦ ଟଙ୍କା ଥିବା ରେକର୍ଡ ହୋଇଛି।