ସୁନା ଦରରେ ସାମାନ୍ୟ ପରିବର୍ତ୍ତନ, କିଛି କିଛି ସ୍ଥାନରେ କମିଛି ମୂଲ୍ୟ

ପ୍ରତ୍ୟେକ ଦିନ ସୁନା ରୂପା ମୂଲ୍ୟର ପରିବର୍ତ୍ତନ ହୋଇଥାଏ। ଆଜି ରାଜଧାନୀ ଭୁବନେଶ୍ୱରରେ ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଦେଖାଦେଇଛି। ଭୁବନେଶ୍ୱରରେ ୨୨ କ୍ୟାରେଟ୍ ୪୬, ୭୫୦ ଟଙ୍କା ରହିଛି ସେହିପରି ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୫୧ ,୦୦୦ ଟଙ୍କା ରହିଛି। ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୬, ୬୦୦ ହୋଇଛି। ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୦, ୮୮୦ ଟଙ୍କା ରହିଛି।

ଦେଶର ପ୍ରମୁଖ ସହରମାନଙ୍କରେ ମଧ୍ୟ ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୬, ୭୫୦ ଟଙ୍କା ଓ ୫୧, ୦୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୯୦୦ ଟଙ୍କା ଓ ୫୧, ୧୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭, ୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି ।

ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୭୫୦ ଟଙ୍କା ଓ ୫୧ ହଜାର ୦୦୦ ଟଙ୍କା ରହିଛି । ଆଜି ରୁପା ମୂଲ୍ୟ ମଧ୍ୟ ବଢ଼ିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୦, ୩୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.