ପୁଣି ବଢିଲା ସୁନା ମୂଲ୍ୟ, କିନ୍ତୁ ଭୁବନେଶ୍ୱରରେ କମିଲା ସୁନା ଦର

ଲଗାତାର ଭାବେ ଗତ କିଛିଦିନ ହେଲା ସୁନା ଦାମ କମିବା ପରେ ପୁଣି ଏବେ ଏହାର ମୂଲ୍ୟ ବୃଦ୍ଧି ପାଇଛି। ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୧, ୪୧୦ ଟଙ୍କାରେ ପହଁଚିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୦,୪୧୦ ଟଙ୍କାରେ ପହଁଚିଥିବା ଜଣାଯାଇଛି। ଓଡିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୩, ୭୩୦ ଟଙ୍କା ଓ ୪୯, ୨୫୦ ଟଙ୍କା ଛୁଇଁଛି।

gold

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ମୂଲ୍ୟ ୫୧, ୪୧୦ ଟଙ୍କା ଓ ୫୦, ୪୧୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪, ୪୫୦ ଟଙ୍କା ଓ ୪୯, ୯୧୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୫୩, ୭୩୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୪୯, ୨୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୨,୮୩୦ ଟଙ୍କା ଓ ୫୦,୧୩୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୭,୫୩୦ ଟଙ୍କା ପହଁଚିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.