ଆଜି ବଢ଼ିଲା ସୁନାଦର, କିଣିବା ପୂର୍ବରୁ ଦାମ ଜାଣନ୍ତୁ…

ବଢ଼ିଲା ସୁନାଦର । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୦୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୭୮ ହଜାର ୬୦୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୭୨,୦୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୮ ,୬୦୦ ଟଙ୍କା ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୭୨,୦୫୦ ଟଙ୍କା ଓ ୭୮ ,୬୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୭୨,୨୦୦ ଟଙ୍କା ଓ ୭୮ ,୭୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୭୨, ୦୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୮,୬୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୭୨,୦୫୦ ଟଙ୍କା ଓ ୭୮,୬୦୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୯୬,୫୦୦ ହଜାର ଟଙ୍କା ହୋଇଛି ।