Below header

ସୁନା ମୂଲ୍ୟରେ ଦିନ ଦିନ ହେଉଛି ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ ଆଜିର ଦାମ୍‌

ଭାରତୀୟ ବଜାରରେ ସୁନା ମୂଲ୍ୟରେ ସାମାନ୍ୟ ବୃଦ୍ଧି ଘଟିଥିବା ଜଣାଯାଇଛି । ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ୨୪ କ୍ୟାରେଟ ସୁନା ଦର ମାତ୍ର ୧୦ ଟଙ୍କା ବଢି ୪୯,୧୧୦ଟଙ୍କାରେ ପହଁଚିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୧୧୦ ଟଙ୍କାରେ ପହଁଚିଥିବା ଜଣାଯାଇଛି । ପ୍ରତିଦିନ ସୁନା ମୂଲ୍ୟରେ ୧୦ ଟଙ୍କା ଲେଖାଏଁ ବୃଦ୍ଧି ପାଉଥିବା ଲକ୍ଷ୍ୟ କରାଯାଉଛି। ସେହିପରି ଓଡିଶାର ରାଜଧାନୀ ଭୁବନେଶ୍ୱରରେ ଏହି ମୂଲ୍ୟବାନ ଧାତୁ ମୂଲ୍ୟ ସାମାନ୍ୟ ବୃଦ୍ଧି ପାଇ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ମୂଲ୍ୟ ଯଥାକ୍ରମେ ୫୧, ୩୮୦ ଟଙ୍କା ଓ ୪୭,୧୦୦ ଟଙ୍କାରେ ପହଁଚିଥିବା ରେକର୍ଡ ହୋଇଛି ।

gold-12

ସେହିପରି ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ମୂଲ୍ୟରେ ସାମାନ୍ୟ ଧରଣର ବୃଦ୍ଧି ଘଟିଥିବା ଲକ୍ଷ୍ୟ କରାଯାଇଛି । ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରେ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ମୂଲ୍ୟ ଯଥାକ୍ରମେ ୪୯,୧୧୦ ଟଙ୍କା ଓ ୪୮,୧୧୦ ଟଙ୍କା ଥିବା ବେଳେ ଦିଲ୍ଲୀରେ ଏହି ମୂଲ୍ୟ ଯଥାକ୍ରମେ ୪୯, ୧୧୦ଟଙ୍କା ଓ ୪୭, ୯୧୦ ଟଙ୍କା ଥିବା ରେକର୍ଡ ହୋଇଛି । ସେପଟେ ଦକ୍ଷିଣ ଭାରତ ସହର ଚେନ୍ନାଇରେ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ଦର ଯଥାକ୍ରମେ ୫୧, ୩୮୦ ଟଙ୍କା ଓ ୪୭,୧୦୦ ଟଙ୍କା ଥିବା ବେଳେ କୋଲକାତା ସହରରେ ଏହି ଦର ୪୯, ୮୯୦ ଟଙ୍କା ଓ ୪୮, ୪୯୦ ଟଙ୍କା ଥିବା ଜଣାଯାଇଛି । ସେପଟେ ଅନ୍ୟତମ ମୂଲ୍ୟବାନ ଧାତୁ ରୂପା ଦରରେ ବି ଏକ ସାମାନ୍ୟ ଧରଣର ପରିବର୍ତ୍ତନ ଆସିଥିବା ଲକ୍ଷ୍ୟ କରାଯାଇଛି । ଶନିବାର ସନ୍ଧ୍ୟା ସୁଦ୍ଧା ରୂପା କିଲୋଗ୍ରାମ ପ୍ରତି ୯୦ ଟଙ୍କା ବଢି ୫୨,୮୧୦ ଟଙ୍କାରୁ ୫୨,୯୦୦ ଟଙ୍କାରେ ପହଁଚିଥିବା ଜଣାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.