ଲଗାତାର କମିଚାଲିଛି ସୁନା ଦର, ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ହେଲା ଦାମ୍‌

ପୁଣି କମିଲା ସୁନା ଦର। ଗତକାଲି ତୁଳନାରେ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୯,୫୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୦,୫୦୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ସେହିଭଳି ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୫୪୦ ଟଙ୍କା ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୧.୦୫୦ଟଙ୍କା ଛୁଇଁଛି।

gold-chain

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୮,୮୦୦ ଟଙ୍କା ଓ ୫୧,୦୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୯,୨୮୦ ଟଙ୍କା ଓ ୫୩,୭୬୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬, ୮୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୧,୦୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯, ୮୦୦ ଟଙ୍କା ଓ ୫୧,୩୦୦ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୦୦ ଟଙ୍କା ବୃଦ୍ଧି ପାଇଥିବା ବେଳେ ଆଜି ରୁପା ମୂଲ୍ୟ ୬୧,୬୦୦ଟଙ୍କା ଥିବା ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.