Below header

ଧନତେରାସ ପରେ ପୁଣି ଆଜି କମିଲା ସୁନା ଦାମ୍, ଜାଣନ୍ତୁ କେତେ ରହିଛି ଆପଣଙ୍କ ସହରରେ ଗ୍ରାମ ପ୍ରତି ମୂଲ୍ଯ

କମିଲା ସୁନା ଦର। ଗତକାଲି ତୁଳନାରେ ଆଜି ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୨୦ ଟଙ୍କା କମିଛି। ସେହିଭଳି ୨୪ କ୍ୟାରେଟ ସୁନା ଦର ମଧ୍ୟ ପାଖାପାଖି ୧୦ ଟଙ୍କା ହ୍ରାସ ପାଇଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୯,୭୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୦,୭୫୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୭୦୦ ଟଙ୍କା ଓ ୫୨,୦୬୦ ଟଙ୍କା ଛୁଇଁଛି।

gold

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୯,୭୫୦ ଟଙ୍କା ଓ ୫୦,୭୫୦ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୯,୭୫୦ ଟଙ୍କା ଓ ୫୪,୨୭୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୮,୨୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୫୯୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୦୮୦ ଟଙ୍କା ଓ ୫୪,୪୨୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୨୦୦ ଟଙ୍କା କମିଛି। ଆଜି ରୁପା ମୂଲ୍ୟ ୬୩,୬୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.