ସାମାନ୍ୟ କମିଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି ଆପଣଙ୍କ ସହରରେ ଦାମ୍‌

ପୁଣି କମିଲା ସୁନା ଦର। ଗତକାଲି ତୁଳନାରେ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୯,୮୩୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୦,୮୩୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୯୦୦ ଟଙ୍କା ଓ ୫୧,୨୪୦ ଟଙ୍କା ଛୁଇଁଛି। ଭୁବନେଶ୍ବରରେ ୩୦୦ ଟଙ୍କା ପାଖାପାଖି କମିଛି ସୁନା ଦର।

gold shopସେହିଭଳି ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୯,୮୩୦ ଟଙ୍କା ଓ ୫୦,୮୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୯,୩୭୦ ଟଙ୍କା ଓ ୫୩,୮୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୪୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୧,୮୩୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୦,୦୫୦, ଟଙ୍କା ଓ ୫୨,୪୫୦ ଟଙ୍କା ରହିଛି। ଅନ୍ୟପଟେ ରୁପା ମୂଲ୍ୟ ୬୧,୬୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.