ପୁଣି କମିଲା ସୁଦା ଦାମ୍, ଜାଣନ୍ତୁ ଆଜି କେତେ ହେଲା ଆପଣଙ୍କ ସହରରେ ଗ୍ରାମ ପ୍ରତି ମୂଲ୍ଯ

ପୁଣି କମିଲା ସୁନା ଦର। ଗତକାଲି ତୁଳନାରେ ଆଜି ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୪୦ ଟଙ୍କା କମିଛି। ସେହିପରି ୨୪ କ୍ୟାରେଟ ସୁନା ଦର ୪୦ ଟଙ୍କା କମିଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୯,୮୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୦,୮୫୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୦୦୦ ଟଙ୍କା ଓ ୫୧,୩୪୦ ଟଙ୍କା ଛୁଇଁଛି। ଭୁବନେଶ୍ବରରେ ୩୦୦ ଟଙ୍କା ପାଖାପାଖି କମିଛି ସୁନା ଦର।

gold

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୯,୮୫୦ ଟଙ୍କା ଓ ୫୦,୮୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୯,୩୬୦ ଟଙ୍କା ଓ ୫୩,୮୪୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୪୭୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୧,୮୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୦,୦୪୦, ଟଙ୍କା ଓ ୫୨,୪୪୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୭୧୦ ଟଙ୍କା କମିଛି। ଆଜି ରୁପା ମୂଲ୍ୟ ୬୨,୯୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.