Below header

ସାମାନ୍ଯ ବଢିଲା ସୁନା ଦର, ଜାଣନ୍ତୁ ଆଜି କେତେ ହେଲା ଆପଣଙ୍କ ସହରରେ ଗ୍ରାମ ପ୍ରତି ମୂଲ୍ଯ

ପୁଣି କିଛିଦିନ ବ୍ଯବଧାନରେ ପରେ ବଢିଲା ସୁନା ଦର। ଗତକାଲି ତୁଳନାରେ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୦ ଟଙ୍କା ବଢି ୪୯,୮୯୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୬୦ ଟଙ୍କା ବଢି ୫୦,୮୯୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୧୦୦ ଟଙ୍କା ଓ ୫୧,୩୮୦ ଟଙ୍କା ଛୁଇଁଛି। gold

ସେହିଭଳି ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୯,୮୯୦ ଟଙ୍କା ଓ ୫୦,୮୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୯,୧୫୦ ଟଙ୍କା ଓ ୫୩,୬୧୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୬୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୧,୯୮୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୦,୦୫୦, ଟଙ୍କା ଓ ୫୨,୪୬୦ ଟଙ୍କା ରହିଛି। ଅନ୍ୟପଟେ ରୁପା ମୂଲ୍ୟ ୬୧,୬୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.