କମିଲା ସୁନା ଦର, ଆଜି ହିଁ ନେଇ ଆସନ୍ତୁ ଆପଣଙ୍କ ମନ ପସନ୍ଦର ଗହଣା

ସାମାନ୍ୟ ବୃଦ୍ଧି ପାଇଲା ସୁନା ଦର। ଗତକାଲି ତୁଳନାରେ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୯,୯୨୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୦,୯୨୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ସେହିଭଳି ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୦୯୦ ଟଙ୍କା ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୧,୭୩୦ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୯,୯୨୦ଟଙ୍କା ଓ ୫୦,୯୨୦ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୯,୩୦୦ ଟଙ୍କା ଓ ୫୩,୭୮୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୦୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୧,୭୩୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୯୦୦ ଟଙ୍କା ଓ ୫୧,୪୦୦ ଟଙ୍କା ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.