ସାମାନ୍ୟ କମିଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି ଆପଣଙ୍କ ସହରରେ ଦାମ୍‌

କମିଲା ସୁନା ଦର। ଗତକାଲି ତୁଳନାରେ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୯,୯୪୦ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୦,୯୪୦ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୬୦୦ ଟଙ୍କା ଓ ୫୧,୯୩୦ ଟଙ୍କା ଛୁଇଁଛି।

gold price todayଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୯,୯୪୦ ଟଙ୍କା ଓ ୫୦,୯୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୯,୬୫୦ ଟଙ୍କା ଓ ୫୪,୧୬୦ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୮,୦୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୩୯୦ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୦୯୦ ଟଙ୍କା ଓ ୫୪,୪୩୦ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୮,୧୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.