Below header

ଦିୱାଲି ପରେ ପୁଣି ସାମାନ୍ଯ ବଢିଲା ସୁନା ଦାମ୍, ଜାଣନ୍ତୁ ଆଜି ପୁଣି କେତେ ହେଲା ଦର

ପୁଣି କିଛି ଦିନ ପରେ ସାମାନ୍ୟ ବଢ଼ିଲା ସୁନା ଦର। ଗତକାଲି ତୁଳନାରେ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୯,୯୬୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୦,୯୬୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୭୧୦ ଟଙ୍କା ଓ ୫୨,୦୫୦ ଟଙ୍କା ଛୁଇଁଛି।

gold price today

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୯,୯୬୦ ଟଙ୍କା ଓ ୫୦,୯୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୯,୭୬୦ ଟଙ୍କା ଓ ୫୪,୨୮୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୮୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୦୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୦୭୦ ଟଙ୍କା ଓ ୫୪,୪୧୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୧୦ ଟଙ୍କା ବଢ଼ିଛି। ଆଜି ରୁପା ମୂଲ୍ୟ ୬୨, ୭୧୦ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.