ଲଗାତାର କିଛିଦିନ ସୁନା ମୂଲ୍ୟ କମିବା ପରେ ପୁଣି ବୃଦ୍ଧି ହେଲା ଦାମ୍‌, ଜାଣନ୍ତୁ କେତେ ରହିଛି ଆପଣଙ୍କ ସହରରେ ଦାମ୍‌

ଲଗାତାର ଭାବେ ଗତ କିଛିଦିନ ହେଲା ସୁନା ଦାମ କମିବା ପରେ ପୁଣି ଏବେ ଏହାର ମୂଲ୍ୟ ବୃଦ୍ଧି ପାଇଛି। ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୧,୩୬୦ ଟଙ୍କାରେ ପହଁଚିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୦,୩୬୦ ଟଙ୍କାରେ ପହଁଚିଥିବା ଜଣାଯାଇଛି। ଓଡିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪, ୨୮୦ ଟଙ୍କା ଓ ୪୯, ୭୬୦ ଟଙ୍କା ଛୁଇଁଛି।

gold necklace 1

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ମୂଲ୍ୟ ୫୧, ୩୬୦ ଟଙ୍କା ଓ ୫୦, ୩୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୫, ୨୧୦ ଟଙ୍କା ଓ ୫୦, ୬୧୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୫୪, ୨୮୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୪୯, ୭୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୨,୮୮୦ ଟଙ୍କା ଓ ୫୦,୧୮୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୭,୫୩୦ ଟଙ୍କା ପହଁଚିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.