କମିଲା ସୁନା ଦର, ଆଜି ହିଁ ନେଇ ଆସନ୍ତୁ ଆପଣଙ୍କ ମନ ପସନ୍ଦର ଗହଣା

ସାମାନ୍ୟ କମିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୮,୧୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୯,୧୫୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୮୦୦ ଟଙ୍କା ଓ ୪୯,୯୬୦ଟଙ୍କା ଛୁଇଁଛି।

goldଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୮,୧୫୦ ଟଙ୍କା ଓ ୪୯,୧୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୯୫୦ ଟଙ୍କା ଓ ୫୨,୩୧୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୧୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୩୧୦ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୮୪୦ ଟଙ୍କା ଓ ୫୧,୫୪୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୩,୨୦୦ ଟଙ୍କା ଥିବା ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.