Below header

ଦିନକୁ ଦିନ ବଢୁଛି ସୁନା ଦାମ୍ ? ଜାଣନ୍ତୁ ଆଜି କେତେ ହେଲା ଆପଣଙ୍କ ସହରରେ ଦାମ୍

ପୁଣି ବଢିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୮,୨୬୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୯,୨୬୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୦୨୦ ଟଙ୍କା ଓ ୫୦,୨୦୦ ଟଙ୍କା ଛୁଇଁଛି।

gold

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୮,୨୬୦ ଟଙ୍କା ଓ ୪୯,୨୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୧୭୦ ଟଙ୍କା ଓ ୫୨,୫୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୫୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୮୨୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୮୪୦ ଟଙ୍କା ଓ ୫୧,୫୪୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୬,୮୦୦ ଟଙ୍କା ଥିବା ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.