ଜାଣନ୍ତୁ ଆଜି କେତେ ରହିଛି ଆପଣଙ୍କ ସହରରେ ସୁନା-ରୁପା ଦର

ପୁଣି ବଢିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୮,୩୧୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୯,୩୧୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ଯ ୧୦ ଗ୍ରାମ ପ୍ରତି ୪୬,୨୦୦ ଟଙ୍କା ଓ ୫୦,୪୦୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୮,୨୦୦ ଟଙ୍କା ଓ ୪୯,୨୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୯୫୦ ଟଙ୍କା ଓ ୫୨,୩୧୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୫୩୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୭୩୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୮୪୦ ଟଙ୍କା ଓ ୫୧,୧୪୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୮,୯୦୦ ଟଙ୍କା ଥିବା ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.