ସାମାନ୍ଯ ବଢିଲା ସୁନା ଦର, ଜାଣନ୍ତୁ ଆଜି କେତେ ହେଲା ଆପଣଙ୍କ ସହରରେ ଦାମ୍

ପୁଣି ବଢିଲା ସୁନା ଦର। ଆଜି ୧୦ ଗ୍ରାମ ପ୍ରତି ମୂଲ୍ଯରେ ୧୦ ଟଙ୍କା ଦାମ୍ ବଢିଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୮,୭୩୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୪୯,୭୩୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୭୧୦ ଟଙ୍କା ଓ ୫୦,୯୫୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ ସାମାନ୍ଯ ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୮,୭୩୦ ଟଙ୍କା ଓ ୪୯,୭୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୭୯୦ ଟଙ୍କା ଓ ୫୩,୨୨୦ ଟଙ୍କା ରହିଛି।

gold

ସେହିପରି ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୩୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୧,୬୧୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୪୩୦ ଟଙ୍କା ଓ ୫୨,୧୩୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟ କିଲୋଗ୍ରାମ ପିଛା ୩୦୦ ଟଙ୍କା କମି ୬୬,୬୦୦ ଟଙ୍କା ରହିଥିବା ରେକର୍ଡ ହୋଇଛି।

You might also like