ଜଲଦି କରନ୍ତୁ କମିଗଲା ସୁନା ଦାମ୍, ଜାଣନ୍ତୁ ଆପଣଙ୍କ ସହରରେ କେତେ ହେଲା ୧୦ ଗ୍ରାମ୍ ପ୍ରତି ମୂଲ୍ଯ

ପୁଣି କମିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ଗ୍ରାମ ପ୍ରତି ୪୮,୭୭୦ ଟଙ୍କା ଏବଂ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୯,୭୭୦ ଟଙ୍କାରେ ପହଞ୍ଚିଥିବା ରେକର୍ଡ ହୋଇଛି। ସେହିଭଳି ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୬,୬୦୦ ଟଙ୍କା ଏବଂ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୫୦,୮୩୦ ଟଙ୍କା ଛୁଇଁଛି ।

gold shop

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୮,୭୭୦ ଟଙ୍କା ଓ ୪୯,୭୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୭୫୦ ଟଙ୍କା ଓ ୫୩,୧୮୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୧୩୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୧,୪୧୦ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୩୯୦ ଟଙ୍କା ଓ ୫୨,୦୯୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଆଜି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୭୨,୦୦୦ ଟଙ୍କା ଥିବା ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.