କମିଲା ସୁନା ଦର, ଜାଣନ୍ତୁ ଆଜି କେତେ ଅଛି ଆପଣଙ୍କ ସହରରେ ଦାମ୍

ସାମାନ୍ୟ କମିଲା ସୁନା ଦର। ଗତକାଲି ତୁଳନାରେ ଆଜି ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୯,୯୮୦ଟଙ୍କାରେ ପହଞ୍ଚିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୯୮୦ ଟଙ୍କାରେ ପହଞ୍ଚିଥିବା ରେକର୍ଡ ହୋଇଛି। ସେହିଭଳି ଓଡିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୪ କ୍ୟାରେଟ ସୁନା ଦର ୫୨,୩୮୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ସୁନା ଦର ୪୮,୦୨୦ ଟଙ୍କାରେ ପହଞ୍ଚିଛି।
ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ସୁନା ମୂଲ୍ୟ ୪୮,୯୮୦ ଟଙ୍କା ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୪୯,୯୮୦ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୯୦୦ ଟଙ୍କା ଓ ୫୩,୩୫୦ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୮,୦୨୦ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୩୮୦ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୩୮୦ ଟଙ୍କା ଓ ୫୨,୨୯୦ ଟଙ୍କା ରହିଛି ।