ବ୍ୟବସାୟ ଓ ଅର୍ଥନୀତି

ପୁଣି ସୁନା ମୂଲ୍ଯରେ ଆସିଲା ବଡ଼ ପରିବର୍ତ୍ତନ, ଜାଣନ୍ତୁ ଆପଣଙ୍କ ସହରରେ କେତେ ହେଲା ଦାମ୍

ସୁନା କିଣିବାକୁ ଚାହୁଁଛନ୍ତି କି ? ବଢିବା ଆଗରୁ କିଣିନିଅନ୍ତୁ। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୯,୦୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୦,୦୫୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୯୦୦ ଟଙ୍କା ଓ ୫୧,୧୭୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୯,୦୫୦ ଟଙ୍କା ଓ ୫୦,୦୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୯,୦୫୦ ଟଙ୍କା ଓ ୫୩,୫୦୦ ଟଙ୍କା ରହିଛି।
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୪୮୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୧,୭୮୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୫୯୦ ଟଙ୍କା ଓ ୫୨,୧୮୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ ମଧ୍ୟ କିଲୋଗ୍ରାମ ପ୍ରତି ୨୦୦ ଟଙ୍କା ବଢ଼ିଛି। ଆଜି ରୁପା ମୂଲ୍ୟ ୬୮,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Swagatika

Recent Posts

ଆଜିର ରାଶିଫଳ : ରାଶି ଅନୁସାରେ ଜାଣନ୍ତୁ ଆଜି କିପରି କଟିବ ଆପଣଙ୍କ ଦିନ

ମେଷ: ଆଜି ନିଜକୁ ଶକ୍ତିବାନ୍‌ ଅନୁଭବ କରିବେ । ପାରିବାରିକ ସୁଖ, ଶାନ୍ତି ରହିବ । ସମ୍ପତ୍ତି ବିବାଦରେ ବିଜୟ…

6 hours ago

ନିଜ ସ୍ଥାନ ବଜାୟ ରଖିଛନ୍ତି ତିନି ମନ୍ତ୍ରୀ : ସୁରେଶ ରାଉତରାୟ

ଭୁବନେଶ୍ୱର(କେନ୍ୟୁଜ୍‌): ମୋଦି ସରକାରର ନିଜ ସ୍ଥାନ ବଜାୟ ରଖିଛନ୍ତି ଓଡ଼ିଶାର ତିନି ମନ୍ତ୍ରୀ । ଅପରିବର୍ତ୍ତିତ ରହିଛି ଧର୍ମେନ୍ଦ୍ର ପ୍ରଧାନ,…

8 hours ago

କନ୍ଧମାଳ ବିକାଶରେ ଡ. ଅଚ୍ୟୁତ ସାମନ୍ତଙ୍କର ଅବଦାନ ଅତୁଳନୀୟ : ସୁରେଶ ରାଉତରାୟ

ଭୁବନେଶ୍ୱର(କେନ୍ୟୁଜ୍‌): କନ୍ଧମାଳ ବିକାଶରେ ଡ. ଅଚ୍ୟୁତ ସାମନ୍ତଙ୍କର ଅନେକ ଅବଦାନ ରହିଛି । କେଵଳ କନ୍ଧମାଳ କାହିଁକି ଭୁବନେଶ୍ୱରର ମର୍ଯ୍ୟାଦା…

9 hours ago

ଚୋରା ଚାଲାଣ ବେଳେ ୪୦ ଲକ୍ଷ ଟଙ୍କାର ଗଞ୍ଜେଇ ସହ ଦୁଇ ମାଫିଆ ଗିରଫ

ଲମତାପୁଟ: ମାଛକୁଣ୍ଡ ପୋଲିସର ବଡ଼ ସଫଳତା । ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡ଼ି ବସିଲା ମାଛକୁଣ୍ଡ ପୋଲିସ ।…

9 hours ago

ପାରିବାରିକ ବିବାଦ ନେଲା ଉଗ୍ରରୂପ, ସାନ ଭାଇର ଘରକୁ ପୋଡ଼ିଦେଲା ବଡ଼ଭାଇ

ବାସୁଦେବପୁର: ଜମିଜମା ବିବାଦକୁ ନେଇ ତୁମୁଳକାଣ୍ଡ । ଘରେ ଲଗାଇଦେଲେ ନିଆଁ । ସାନ ଭାଇର ଘରକୁ ପୋଡ଼ିଦେଲା ବଡ଼ଭାଇ…

9 hours ago

ମୋଦିଙ୍କ ୩-୦ କ୍ୟାବିନେଟରେ କାହାକୁ ମିଳିଲା କେଉଁ ବିଭାଗ

ନୂଆଦିଲ୍ଲୀ: ମୋଦିଙ୍କ ତୃତୀୟ ଇନିଂସରେ ମନ୍ତ୍ରୀମାନେ ଶପଥ ନେବା ପରେ ଆଜି ସେମାନଙ୍କ ବିଭାଗ ବଣ୍ଟନ କରାଯାଇଛି । ଆସନ୍ତୁ…

10 hours ago