ପୁଣି ବଢିଲା ସୁନା ଦାମ୍, ଜାଣନ୍ତୁ କେତେ ହେଲା ଆପଣଙ୍କ ସହରରେ ଗ୍ରାମ୍ ପ୍ରତି ଦର

ପୁଣି ବଢିଲା ସୁନା ଦର। ଆଜି ପାଖାପାଖି ୪୮୦ ଟଙ୍କା ସୁନା ଦାମ୍ ବଢିଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୯,୨୧୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୫୦,୨୧୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୧୦୦ ଟଙ୍କା ଓ ୫୧,୨୮୦ ଟଙ୍କା ଛୁଇଁଛି।

gold new image

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ ସାମାନ୍ଯ ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୨୮୦ ଟଙ୍କା ଓ ୫୧,୫୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୮୦୦ ଟଙ୍କା ଓ ୫୩,୨୩୦ ଟଙ୍କା ରହିଛି। ସେହିପରି ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୨୮୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୧,୫୮୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୫୪୦ ଟଙ୍କା ଓ ୫୨,୧୪୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟ କିଲୋଗ୍ରାମ ପିଛା ୭୧,୨୦୦ ଟଙ୍କା ରହିଥିବା ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.