ସାମାନ୍ୟ କମିଲା ସୁନା ଦର, ଆଜି ହିଁ ନେଇ ଆସନ୍ତୁ ଆପଣଙ୍କ ମନ ପସନ୍ଦର ଗହଣା

ସାମାନ୍ୟ କମିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ଗ୍ରାମ ପ୍ରତି ୪୯,୨୬୦ ଟଙ୍କା ଏବଂ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୫୦,୨୬୦ ଟଙ୍କାରେ ପହଞ୍ଚିଥିବା ରେକର୍ଡ ହୋଇଛି। ସେହିଭଳି ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୭,୦୦୦ ଟଙ୍କା ଏବଂ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୫୧,୨୭୦ ଟଙ୍କା ଛୁଇଁଛି ।

goldଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୯,୨୬୦ ଟଙ୍କା ଓ ୫୦,୨୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୯,୧୫୦ ଟଙ୍କା ଓ ୫୩,୬୧୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୨୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୧,୫୬୦ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୪୮୦ ଟଙ୍କା ଓ ୫୨,୧୮୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଆଜି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୭୨,୦୦୦ ଟଙ୍କା ଥିବା ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.