ବ୍ୟବସାୟ ଓ ଅର୍ଥନୀତି

ସାମାନ୍ୟ କମିଲା ସୁନା ଦର, ଆଜି ହିଁ ନେଇ ଆସନ୍ତୁ ଆପଣଙ୍କ ମନ ପସନ୍ଦର ଗହଣା

ସାମାନ୍ୟ କମିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ଗ୍ରାମ ପ୍ରତି ୪୯,୨୬୦ ଟଙ୍କା ଏବଂ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୫୦,୨୬୦ ଟଙ୍କାରେ ପହଞ୍ଚିଥିବା ରେକର୍ଡ ହୋଇଛି। ସେହିଭଳି ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୭,୦୦୦ ଟଙ୍କା ଏବଂ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୫୧,୨୭୦ ଟଙ୍କା ଛୁଇଁଛି ।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୯,୨୬୦ ଟଙ୍କା ଓ ୫୦,୨୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୯,୧୫୦ ଟଙ୍କା ଓ ୫୩,୬୧୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୨୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୧,୫୬୦ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୪୮୦ ଟଙ୍କା ଓ ୫୨,୧୮୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଆଜି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୭୨,୦୦୦ ଟଙ୍କା ଥିବା ରେକର୍ଡ ହୋଇଛି।

KNews Bureau

Recent Posts

ଫିଲ୍ମ ‘କଲ୍‌କୀ 2898 AD’ର ଆଡଭାନ୍ସ ବୁକିଂ, ଫ୍ୟାନ୍ସଙ୍କ ମଧ୍ୟରେ ଦେଖିବାକୁ ମିଳିଲା ଭିନ୍ନ କ୍ରେଜ୍

ଫ୍ୟାନ୍ସ ଉତ୍ସାହର ସହିତ ପ୍ରଭାସଙ୍କ ଫିଲ୍ମ ‘କଲ୍‌କୀ 2898 AD’କୁ ଅପେକ୍ଷା କରିଛନ୍ତି । ଏହି ଫିଲ୍ମଟି ଜୁନ୍ ୨୭ରେ…

1 min ago

ପୋଲିସ ବାବୁଙ୍କୁ ମହଙ୍ଗା ପଡିଗଲା ପରକୀୟା ପ୍ରେମ, ପ୍ରମୋସନ ହେବା ବଦଳରେ ହେଲା ଡିମୋସନ୍‌

ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍‌ରୁ ପ୍ରେମିକା…

3 mins ago

ଜେପି ନଡ୍ଡାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ରାଜ୍ୟସଭାରେ ସଦନର ନେତା ନିଯୁକ୍ତ

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…

21 mins ago

ଥାନାରେ ମାଳ ଅଦଳ ବଦଳ କରି ସିନ୍ଦୁର ପିନ୍ଧିଲେ ଯୁବତୀ, ପ୍ରେମିକ ହାତରେ କାଟିଲେ କେକ୍‌

ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍‌ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…

46 mins ago

ଜଣକ ପରେ ଜଣକୁ ନିଜ କବ୍ଜାକୁ ନେଉଛି ଡିପଥେରିଆ, ଏବେ ଚିନ୍ତାରେ ସ୍ୱାସ୍ଥ୍ୟ ବିଭାଗ

ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…

50 mins ago

ବ୍ରିଜ ଉପରୁ ଯୁବକଙ୍କ ମୃତ ଦେହ ଉଦ୍ଧାର

ଜଳେଶ୍ବର : ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଦକ୍ଷିଣ ପୂର୍ବ ରେଳପଥର ନୂଆଗାଁ ରୋଡ଼ ରେଳଷ୍ଟେସନ ମଧ୍ୟ ସ୍ଥଳ…

52 mins ago