ସାମାନ୍ୟ ବୃଦ୍ଧି ପାଇଲା ସୁନା ଦର, ଜାଣନ୍ତୁ କେତେ ରହିଛି ଆପଣଙ୍କ ସହରରେ ଦାମ୍

ଗତ କିଛିଦିନ ହେଲା ସୁନା ମୂଲ୍ୟ ସାମାନ୍ୟ ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ତୁଳନାରେ ଆଜି ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୦, ୪୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୯, ୪୦୦ଟଙ୍କାରେ ପହଞ୍ଚିଥିବା ରେକର୍ଡ ହୋଇଛି। ସେହିଭଳି ଓଡିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୪ କ୍ୟାରେଟ ସୁନା ଦର ୫୨, ୦୯୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ସୁନା ଦର ୪୮, ୫୦୦ ଟଙ୍କାରେ ପହଞ୍ଚିଛି।
ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ସୁନା ମୂଲ୍ୟ ୪୯, ୪୦୦ ଟଙ୍କା ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୫୦, ୪୦୦ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୯, ୩୦୦ ଟଙ୍କା ଓ ୫୩, ୭୮୦ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୮, ୫୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨, ୯୦୦ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯, ୭୬୦ ଟଙ୍କା ଓ ୫୨, ୬୭୦ଟଙ୍କା ରହିଛି ।
ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୩୦୦ ଟଙ୍କା ବଢ଼ିଛି। ଆଜି ରୁପା ମୂଲ୍ୟ ୬୧,୨୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।