ସାମାନ୍ୟ ବୃଦ୍ଧି ପାଇଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି ଆପଣଙ୍କ ସହରରେ ଦାମ୍‌

ଗତ କିଛିଦିନ ହେଲା ସୁନା ମୂଲ୍ୟ ସାମାନ୍ୟ ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ତୁଳନାରେ ଆଜି ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୦, ୪୧୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୯, ୪୧୦ ଟଙ୍କାରେ ପହଞ୍ଚିଥିବା ରେକର୍ଡ ହୋଇଛି। ସେହିଭଳି ଓଡିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୪ କ୍ୟାରେଟ ସୁନା ଦର ୫୨, ୯୧୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ସୁନା ଦର ୪୮, ୫୧୦ ଟଙ୍କାରେ ପହଞ୍ଚିଛି।

gold (1)

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ସୁନା ମୂଲ୍ୟ ୪୯, ୪୧୦ ଟଙ୍କା ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୫୦, ୪୧୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୯, ୩୧୦ ଟଙ୍କା ଓ ୫୩, ୭୯୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୮, ୫୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨, ୯୧୦ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯, ୭୭୦ ଟଙ୍କା ଓ ୫୨, ୬୮୦ ଟଙ୍କା ରହିଛି ।