Below header

ସାମାନ୍ୟ କମିଲା ସୁନା ଦର, ଆଜି ହିଁ ନେଇ ଆସନ୍ତୁ ଆପଣଙ୍କ ମନ ପସନ୍ଦର ଗହଣା

ସାମାନ୍ୟ କମିଲା ସୁନା ଦର। ଗତକାଲି ତୁଳନାରେ ଆଜି ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୦,୪୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୯, ୪୫୦ ଟଙ୍କାରେ ପହଞ୍ଚିଥିବା ରେକର୍ଡ ହୋଇଛି। ସେହିଭଳି ଓଡିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୪ କ୍ୟାରେଟ ସୁନା ଦର ୫୨, ୩୬୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ସୁନା ଦର ୪୮,୦୦୦ ଟଙ୍କାରେ ପହଞ୍ଚିଛି।

goldଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ସୁନା ମୂଲ୍ୟ ୪୯,୪୫୦ ଟଙ୍କା ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୫୦,୪୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୯୦୦ ଟଙ୍କା ଓ ୫୩,୩୪୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୮,୦୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨, ୩୬୦ ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୫୨୦ ଟଙ୍କା ଓ ୫୨,୪୩୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ଦର ମଧ୍ୟ କିଲୋଗ୍ରାମ ପ୍ରତି ୬୧,୦୦୦ ଟଙ୍କା ଥିବା ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.