ବ୍ୟବସାୟ ଓ ଅର୍ଥନୀତି

ସାମାନ୍ୟ କମିଲା ସୁନା ଦର, ଆଜି ହିଁ ନେଇ ଆସନ୍ତୁ ଆପଣଙ୍କ ମନ ପସନ୍ଦର ଗହଣା

ସାମାନ୍ୟ କମିଲା ସୁନା ଦର। ଗତକାଲି ତୁଳନାରେ ଆଜି ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୦,୪୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୯, ୪୫୦ ଟଙ୍କାରେ ପହଞ୍ଚିଥିବା ରେକର୍ଡ ହୋଇଛି। ସେହିଭଳି ଓଡିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୪ କ୍ୟାରେଟ ସୁନା ଦର ୫୨, ୩୬୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ସୁନା ଦର ୪୮,୦୦୦ ଟଙ୍କାରେ ପହଞ୍ଚିଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ସୁନା ମୂଲ୍ୟ ୪୯,୪୫୦ ଟଙ୍କା ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୫୦,୪୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୯୦୦ ଟଙ୍କା ଓ ୫୩,୩୪୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୮,୦୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨, ୩୬୦ ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୫୨୦ ଟଙ୍କା ଓ ୫୨,୪୩୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ଦର ମଧ୍ୟ କିଲୋଗ୍ରାମ ପ୍ରତି ୬୧,୦୦୦ ଟଙ୍କା ଥିବା ରେକର୍ଡ ହୋଇଛି।

KNews Bureau

Recent Posts

ନିର୍ବାଚନ ପରେ ସ୍ଥିତି ଜାହିର କଲେ ମାଓବାଦୀ, ଛକରେ ଲଗାଇଲେ ମାଓ ପୋଷ୍ଟର

କୋରାପୁଟ (କେନ୍ୟୁଜ); କୋରାପୁଟ ଜିଲ୍ଲା ବନ୍ଧୁଗାଁରେ ମାଓ ପୋଷ୍ଟର । ନିର୍ବାଚନ ପରେ ନିଜର ସ୍ଥିତି ଜାହିର ପାଇଁ ଲଗାଇଲେ…

6 mins ago

ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍, ୫୯ ଜଣ ରୋଗୀ ଚିହ୍ନଟ

ସମ୍ବଲପୁର(କେନ୍ୟୁଜ): ଏକ ଦଶନ୍ଧି ପରେ ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍ । ଏହାକୁ ନେଇ ମହାନଗରବାସୀ ଚିନ୍ତାରେ…

9 mins ago

ଯୋଗ ଦିବସରେ କାଶ୍ମୀର ମହିଳାଙ୍କ ସହିତ ସେଲଫି ନେଲେ ମୋଦି, ଫଟୋ ଭାଇରଲ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅର୍ନ୍ତରାଷ୍ଟ୍ରୀୟ ଯୋଗ ଦିବସରେ ଜମ୍ମୁ କାଶ୍ମୀର ଶ୍ରୀନଗର ସ୍ଥିତ ଶେର-ଏ-କଶ୍ମୀର ଅର୍ନ୍ତରାଷ୍ଟ୍ରୀୟ ସମ୍ମେଳନ କେନ୍ଦ୍ର (SKICC)…

13 mins ago

ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ, ପଥରରେ ଛେଚି ଯୁବକଙ୍କୁ ହତ୍ୟା

କଣ୍ଟାବାଞ୍ଜି (କେନ୍ୟୁଜ); ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ। ସିନ୍ଧେକେଲା ଥାନା ସାଲେବରଟ ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତ…

26 mins ago

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ, ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ

ଭୁବନେଶ୍ୱର (କେନ୍ୟୁଜ) : ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ  ।  ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ ।  ଭୁବନେଶ୍ବର ତମାଣ୍ଡୋରେ…

43 mins ago

କିଟ୍ ରେ ଯୋଗ ଦିବସ ପାଳିତ, ମାନସିକ ଓ ଶାରୀରିକ ସୁସ୍ଥତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ ବୋଲି କହିଲେ ଡକ୍ଟର ସାମନ୍ତ

ଭୁବନେଶ୍ୱର (କେନ୍ୟୁଜ): ଆଜି କିଟ୍ ପକ୍ଷରୁ ପାଳିତ ହୋଇଛି ଅନ୍ତର୍ଜାତୀୟ ଯୋଗ ଦିବସ । କିଟ୍ ଇଣ୍ଡୋର ଷ୍ଟାଡିୟମରେ କିଟ୍…

2 hours ago