Below header

ସାମାନ୍ୟ ବଢିଲା ସୁନା ଦର, ଜାଣନ୍ତୁ କେତେ ରହିଛି ଆପଣଙ୍କ ସହରରେ ଆଜିର ଦାମ୍‌

ସାମାନ୍ୟ ବଢିଲା ସୁନା ଦର। ଗତକାଲି ତୁଳନାରେ ଆଜି ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୦,୫୪୦ଟଙ୍କାରେ ପହଞ୍ଚିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୯, ୫୪୦ଟଙ୍କାରେ ପହଞ୍ଚିଥିବା ରେକର୍ଡ ହୋଇଛି। ସେହିଭଳି ଓଡିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୪ କ୍ୟାରେଟ ସୁନା ଦର ୫୩,୨୪୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ସୁନା ଦର ୪୮, ୮୧୦ ଟଙ୍କାରେ ପହଞ୍ଚିଛି।

gold

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ସୁନା ମୂଲ୍ୟ ୪୮, ୮୧୦ ଟଙ୍କା ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୫୩,୨୪୦ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୯, ୬୦୦ ଟଙ୍କା ଓ ୫୩, ୯୬୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୮, ୮୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୩, ୨୪୦ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୦,୨୯୦ ଟଙ୍କା ଓ ୫୩,୨୦୦ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ଦର ମଧ୍ୟ କିଲୋଗ୍ରାମ ପ୍ରତି ୬୧, ୪୦୦ ଟଙ୍କା ଥିବା ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.