Below header

ସାମାନ୍ୟ ବୃଦ୍ଧି ହେଲା ସୁନା ଦର, ଜାଣନ୍ତୁ ଆଜି କେତେ ହେଲା ଆପଣଙ୍କ ସହରରେ ଦାମ୍‌

ସାମାନ୍ୟ କମି ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୦,୨୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୧,୨୦୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ସେହିଭଳି ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୦୦୦ଟଙ୍କା ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୧,୨୭୦ଟଙ୍କା ଛୁଇଁଛି।

gold-chain

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୫୦,୨୦୦ଟଙ୍କା ଓ ୫୧,୨୦୦ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୯, ୪୦୦ ଟଙ୍କା ଓ ୫୨,୮୯୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୧୧୦ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୧,୨୭୦ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୦,୧୦୦ଟଙ୍କା ଓ ୫୧,୭୦୦ ଟଙ୍କା ରହିଛି । ସେହିଭଳି ଅନ୍ୟପଟେ ରୁପା ଦର କିଲୋ ପିଛା ୬୨,୦୦୦ଟଙ୍କା ଥିବା ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.