ସୁନା ମୂଲ୍ଯରେ ଆସିଲା ବଡ ପରିବର୍ତ୍ତନ, ଜାଣନ୍ତୁ ଆଜି କେତେ ହେଲା ଆପଣଙ୍କ ସହରରେ ଦାମ୍

ସୁନା କିଣିବାକୁ ଚାହୁଁଛନ୍ତି କି ? ବଢିବା ଆଗରୁ କିଣିନିଅନ୍ତୁ। ଆଜି ସୁନା ମୂଲ୍ଯରେ ୧୧୦ ଟଙ୍କା ବୃଦ୍ଧି ପାଇଛି। ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୦,୩୨୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୧,୩୨୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୦୦୦ ଟଙ୍କା ଓ ୫୨,୩୬୦ ଟଙ୍କା ଛୁଇଁଛି।
ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୫୦,୩୨୦ ଟଙ୍କା ଓ ୫୧,୩୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୦,୧୫୦ ଟଙ୍କା ଓ ୫୧,୩୨୦ ଟଙ୍କା ରହିଛି।
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୮,୫୬୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୯୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୦,୫୬୦ ଟଙ୍କା ଓ ୫୨,୬୩୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ ମଧ୍ୟ କିଲୋଗ୍ରାମ ପ୍ରତି ୨୦୦ ଟଙ୍କା ବଢ଼ିଛି। ଆଜି ରୁପା ମୂଲ୍ୟ ୬୮,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।