ଚାଲିଛି ବିବାହ ଋତୁ, ଜାଣନ୍ତୁ କେତେ ରହିଛି ସୁନା ଦର

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫,୬୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୭୧୦ ଟଙ୍କା ରହିଛ। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୬୫୦ ଟଙ୍କା ଓ ୬୦ ,୭୧୦ ଟଙ୍କା ହୋଇଛି।

କେନ୍ୟୁଜ୍(ବ୍ୟୁରୋ): ସୁନା କିଣିବାକୁ ମନ ବଳାଇଛନ୍ତି କି ? ତେବେ କିଣିବା ପୂର୍ବରୁ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହରରେ କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫,୬୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୭୧୦ ଟଙ୍କା ରହିଛ। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୬୫୦ ଟଙ୍କା ଓ ୬୦ ,୭୧୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୫,୬୫୦ ଟଙ୍କା ଓ ୬୦,୭୧୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୫,୮୦୦ ଟଙ୍କା ଓ ୬୦,୮୬୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୬,୦୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୧, ୧୫୦ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୫,୬୫୦ ଟଙ୍କା ଓ ୬୦,୭୧୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୨,୯୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।