ସୁନା କିଣିବାକୁ ଦୋକାନକୁ ଯିବା ପୂର୍ବରୁ ଏଠାରେ ପଢ଼ିନିଅନ୍ତୁ କେତେ ଅଛି ୧୦ ଗ୍ରାମ ପ୍ରତି ସୁନା ଦାମ୍

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫,୫୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୫୫୦ ଟଙ୍କା ରହିଛ। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୬୦୦ ଟଙ୍କା ଓ ୬୦, ୫୫୦ ଟଙ୍କା ହୋଇଛି।

କେନ୍ୟୁଜ(ବ୍ୟୁରୋ): ସୁନା କିଣିବାକୁ ଯଦି ମନବଳାଇଛନ୍ତି ତେବେ କିଣିବା ପୂର୍ବରୁ ନଜର ପକାନ୍ତୁ ଭାରତର ପ୍ରମୁଖ ସହର ଓ ଓଡିଶାରେ କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫,୫୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୫୫୦ ଟଙ୍କା ରହିଛ। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୬୦୦ ଟଙ୍କା ଓ ୬୦, ୫୫୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେ ଟ୍ ମୂଲ୍ୟ ୫୫,୫୦୦ ଟଙ୍କା ଓ ୬୦,୫୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୫,୬୫୦ ଟଙ୍କା ଓ ୬୦,୭୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୫,୯୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୧,୦୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୫,୫୦୦ ଟଙ୍କା ଓ ୬୦,୫୫୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୪,୫୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.