ଆଜି ଭାରତୀୟ ବଜାରରେ ସ୍ଥିର ରହିଛି ସୁନା ଦର, ଶୀଘ୍ର ଘରକୁ କିଣି ଆଣନ୍ତୁ

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୫,୨୨୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୯,୩୭୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫ ହଜାର ୯୫୦ ଟଙ୍କା ଓ ୫୦, ୧୩୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୫,୯୫୦ ଟଙ୍କା ଓ ୫୦,୧୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୧୦୦ ଟଙ୍କା ଓ ୫୦,୨୯୦ ଟଙ୍କା ରହିଛି।

gold

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୫,୯୫୦ ଟଙ୍କା ଓ ୫୦ ହଜାର ୧୩୦ ଟଙ୍କା ରହିଛି । ସେହିପରି ଆଜି ରୁପା ମୂଲ୍ୟ ମଧ୍ୟ କମିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୫୭,୨୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।